Minor Found Dead ବୁର୍ଲାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ

Sep 27, 2026 - 13:53
Minor Found Dead ବୁର୍ଲାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ

"ସମ୍ବଲପୁର:  ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ାରେ ଜଣେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

ଏକ ନିର୍ମାଣାଧୀନ ଘର ନିକଟରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି।

ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା ନେଇ ଅନୁମାନ କରାଯାଉଛି।Advertisment ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଖବର ପାଇ ବୁର୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମୃତ୍ୟୁର ପ୍ରକୃତ କାରଣ ଓ ଘଟଣା ପଛରେ ଥିବା ରହସ୍ୟ ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ।

Government Employee Dies: କ୍ରିକେଟ୍ ଖେଳ ହେଲା କାଳ, ହୃଦଘାତରେ ଆର ଆଇ ମୃତ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।