Modi meets Advani: ଆଡଭାନୀଙ୍କୁ ଭେଟି ଆଶୀର୍ବାଦ ନେଲେ ମୋଦୀ
"ନୂଆଦିଲ୍ଲୀ: ସରକାରଙ୍କ ପ୍ରମୁଖ ଭାବେ ନିଜ ଜନସେବାର ୨୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପିର ବୟୋବୃଦ୍ଧ ନେତା ଲାଲକୃଷ୍ଣ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କୁ ସାକ୍ଷାତ କରିଛନ୍ତି।
ଏହି ସାକ୍ଷାତକାର ସମୟରେ ପ୍ରଧାନମନ୍ତ୍ରୀ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ତାଙ୍କର ଆଶୀର୍ବାଦ ଗ୍ରହଣ କରିଛନ୍ତି।
Advertisment ଉଲ୍ଲେଖଯୋଗ୍ୟ, ପ୍ରାୟ ୨୫ ବର୍ଷ ପୂର୍ବେ ଆଜିର ଦିନରେ ଅର୍ଥାତ୍ ୭ ଅକ୍ଟୋବର ୨୦୦୧ ମସିହାରେ ନରେନ୍ଦ୍ର ମୋଦୀ ପ୍ରଥମ ଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।
ସେବେଠାରୁ ସେ କ୍ରମାଗତ ଭାବେ ସରକାରଙ୍କ ମୁଖ୍ୟ ଭାବେ କାର୍ଯ୍ୟ କରିଆସୁଛନ୍ତି।
ଗୁଜରାଟର ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପରେ ସେ ମେ ୨୦୧୪ ମସିହାରୁ ଦେଶର ପ୍ରଧାନମନ୍ତ୍ରୀ ଭାବେ ନିରନ୍ତର ଦାୟିତ୍ୱ ତୁଲାଉଛନ୍ତି।
Triranga: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନରେ "ହର୍ ଘର୍ ତ୍ରିରଙ୍ଗା " ଅଭିଯାନ ଜନ ଆନ୍ଦୋଳନରେ ପରିଣତ ହୋଇଛି: ମୁଖ୍ୟମନ୍ତ୍ରୀ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।