Mohan Charan Majhi: ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା
"ଭୁବନେଶ୍ୱର: ସରକାରୀ ଚାକିରି କେବଳ ଏକ କର୍ମସଂସ୍ଥାନ ବା ଆର୍ଥିକ ସୁରକ୍ଷାର ମାଧ୍ୟମ ନୁହେଁ।
ଏହା ରାଜ୍ୟ ଓ ସମାଜ ପ୍ରତି ନିଜର ଦାୟିତ୍ୱ ନିର୍ବାହ କରିବାର ଏକ ପବିତ୍ର ଅବସର।
ଆଜି ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ୧୭ତମ ରାଜ୍ୟସ୍ତରୀୟ ନିଯୁକ୍ତି ମେଳାରେ ମୁଖ୍ୟଅତିଥି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ଟି ବିଭାଗର ସମୁଦାୟ ୧,୧୦୧ ଜଣ ନବନିଯୁକ୍ତ ଅଧିକାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବା ଅବସରରେ ଏହା କହିଛନ୍ତି।
Advertisment ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ସ୍ୱଚ୍ଛ ପ୍ରଶାସନ ମାଧ୍ୟମରେ ସେମାନଙ୍କ ଆକାଂକ୍ଷାକୁ ସାକାର କରିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ଦର୍ଶାଇ ସମୃଦ୍ଧ ଓଡ଼ିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ର ସ୍ୱପ୍ନକୁ ସାକାର କରିବାରେ ନବନିଯୁକ୍ତ ଅଧିକାରୀମାନଙ୍କ ଦକ୍ଷତା, ନିଷ୍ଠା ଓ କର୍ତ୍ତବ୍ୟପରାୟଣତା ପ୍ରମୁଖ ମୂଳଦୁଆ ସାଜିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ବର୍ତ୍ତମାନ ରାଜ୍ୟ ସରକାର ଗତ ୨ ବର୍ଷ ୩ ମାସ ମଧ୍ୟରେ ୧୭ଟି ନିଯୁକ୍ତି ମେଳା ମାଧ୍ୟମରେ ରେକର୍ଡ ୪୬,୫୭୫ ଜଣ ଯୁବକଯୁବତୀଙ୍କୁ ସରକାରୀ ସେବାରେ ନିୟୋଜିତ କରାଯାଇ ସାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସୂଚନା ଯୋଗ୍ୟଯେ ଆଜିର ଏହି ନିଯୁକ୍ତି ମେଳାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୮୧୪ ଜଣ ମେଡିକାଲ ଅଫିସର ଓ ୯୨ ଜଣ ଆସିଷ୍ଟାଣ୍ଟ ପ୍ରଫେସର, ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍)ର ୩୦ ଜଣ, ଓଡ଼ିଶା ରାଜସ୍ୱ ସେବା (ଓଆରଏସ)ର ୪୨ ଜଣ, ଓଡ଼ିଶା ଅର୍ଥ ସେବା ( ଓଏଫଏସ)ର ୪୬ ଜଣ, ଓଡ଼ିଶା ଟିକସ ଓ ହିସାବ ସେବା (ଓଟିଏଏସ)ର ୬୦ ଜଣ ଏବଂ ସମବାୟ ସେବା ( ଓସିଏସ ଓ ଓସିଏଏସ)ର ୧୭ ଜଣ ଅଧିକାରୀ ସେବାରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି।
ସ୍ୱାସ୍ଥ୍ୟସେବା ପ୍ରାଥମିକତା ଦେଇ ସାଢ଼େ ଚାରି କୋଟି ଓଡ଼ିଆଙ୍କୁ ନିଜ ପରିବାର ଭାବି ସେବା ଯୋଗାଇଦେବାକୁ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ନିଜ ଅଭିଭାଷଣରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ ଓ ସ୍ୱଚ୍ଛ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଅଧିକାରୀମାନଙ୍କୁ ଏକ ପଞ୍ଚସୂତ୍ରୀ ମନ୍ତ୍ର ପ୍ରଦାନ କରିଛନ୍ତି।
16th Recruitment Fair ୧୬ତମ ନିଯୁକ୍ତି ମେଳା: ୯ଟି ବିଭାଗରେ ନିଯୁକ୍ତି ପାଇଲେ ୧୩୨୬ ରାଜ୍ୟର ମୋଟ କର୍ମସଂସ୍ଥାନ କ୍ଷେତ୍ର ମଧ୍ୟରୁ ସରକାରୀ ଚାକିରିର ସୁଯୋଗ ମାତ୍ର ୪ ପ୍ରତିଶତ ଭିତରେ ସୀମିତ ଥିବାବେଳେ, କଠିନ ପ୍ରତିଯୋଗିତା, ମାତାପିତାଙ୍କ ଆଶୀର୍ବାଦ ଏବଂ ନିଜର କଠିନ ପରିଶ୍ରମ ବଳରେ ସଫଳ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତମାନଙ୍କୁ ଭାଗ୍ୟବାନ ବୋଲି ଅଭିହିତ କରିବା ସହ ସେମାନଙ୍କ ପ୍ରଶଂସା କରିଥିଲେ।
କାର୍ଯ୍ୟକ୍ରମରେ ଉପସ୍ଥିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ,ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ନବନିଯୁକ୍ତଙ୍କୁ ଉତ୍ସାହିତ କରିବା ସହିତ ମାର୍ଗଦର୍ଶନ କରିଥିଲେ।
ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶାରେ ପ୍ରାକ୍ ପ୍ରାଥମିକରୁ ଆରମ୍ଭ କରି ଯୁବବର୍ଗଙ୍କ ପର୍ଯ୍ୟନ୍ତ ବିଭିନ୍ନ ବୟସ-ଭିତ୍ତିକ ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା"ପୁସ୍ତିକା ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଛନ୍ତି।
କାର୍ଯ୍ୟକ୍ରମରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୀବ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ କମିସନର ତଥା ଶାସନ ସଚିବ ଅଶ୍ୱତୀ ଏସ୍ ଧନ୍ୟବାଦ ଦେଇଥିଲେ।
ଏଥିସହିତ ସମବାୟ ବିଭାଗ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ, ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡଃ ମହେଶ ମୋହନ ପଣ୍ଡା ପ୍ରମୁଖ ସାମିଲ ହୋଇଥିଲେ।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।