Monsoon Departure Begins In Odisha: ମୌସୁମୀ ବିଦାୟ ନେଉଛି, ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା

Oct 08, 2026 - 19:16
Monsoon Departure Begins In Odisha: ମୌସୁମୀ ବିଦାୟ ନେଉଛି, ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା

ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ। ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀର ବିଦାୟ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼ ଓ ବରଗଡ଼ ଅଞ୍ଚଳରୁ ମୌସୁମୀର ବିଦାୟ ଦେଖିବାକୁ ମିଳିଛି। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପୂରା ଓଡ଼ିଶାରୁ ବିଦାୟ ନେବ ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବିଦାୟ ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।...

ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଥିବାରୁ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୨୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ମଧ୍ୟ ବର୍ଷାର ପ୍ରଭାବ ରହିବ। ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡ଼ିଶା ପାଇଁ ବର୍ଷାର ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । 

ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ
ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀର ବିଦାୟ ପ୍ରକ୍ରିୟା ଆରମ୍ଭ
ସୁନ୍ଦରଗଡ଼ ଓ ବରଗଡ଼ ଅଞ୍ଚଳରୁ ମୌସୁମୀର ବିଦାୟ
ଆସନ୍ତା ୩/୪ ଦିନ ମଧ୍ୟ ପୂରା ଓଡ଼ିଶାରୁ ବିଦାୟ ନେବ ମୌସୁମୀ
ଦକ୍ଷିଣ-ପଶ୍ଚିମ ମୌସୁମୀ ବିଦାୟ ପାଇଁ ପାଗ ଅନୁକୂଳ ରହିଛି
ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିନଥିବାରୁ ବର୍ଷା ଆଲର୍ଟ ଜାରି 
ଆଜିପାଇଁ ୨୩ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ 
ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି 
ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାକୁ ଆଲର୍ଟ 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।