Naveen Pattnaik: ଡବଲ ଇଞ୍ଜିନ ସରକାର, ଅଢେଇ ବର୍ଷରେ ଓଡ଼ିଶାର ଛବିକୁ ମଳିନ କରିସାରିଲେଣି: ନବୀନ
"ଭୁବନେଶ୍ୱର: ଡବଲ ଇଞ୍ଜିନ ସରକାର ଉପରେ ଦମଦାର ଆକ୍ରମଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ | ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସେବାରେ ବିଶ୍ୱାସ କରେ।
ବିକାଶରେ ବିଶ୍ୱାସ କରେ।
ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ ମଡେଲ ରାଜ୍ୟ ହୋଇ ପାରିଥିଲା | ହେଲେ ଏହି ଅପାରଗ ସରକାର, ଡବଲ ଇଞ୍ଜିନ ସରକାର, ଅଢେଇ ବର୍ଷରେ ଓଡ଼ିଶାର ଛବିକୁ ପୁରା ମଳିନ କରିସାରିଲେଣି ବୋଲି ଶ୍ରୀ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଥିଲେ।Advertisment ପଦଯାତ୍ରା ସମୟରେ ଡବଲ ଇଞ୍ଜିନ ସରକାରର ବିଫଳତାକୁ ପ୍ରତି ଘରେ ଘରେ ପହଞ୍ଚାଇ ଲୋକଙ୍କୁ ସଚେତନ କରିବାକୁ ନବୀନ ପରାମର୍ଶ ଦେଇଥିଲେ ।
ପ୍ରାରମ୍ଭରେ ଶ୍ରୀ ପଟ୍ଟନାୟକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓ ବିଜୁ ବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା , ବିଧାୟକ ସୁଶାନ୍ତ ରାଉତ, ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସ ଓ ଶ୍ରୀ ମନ୍ମଥ ରାଉତରାୟ ଉଦବୋଧନ ଦେଇ ରାଜ୍ୟ ସରକାରଙ୍କ ଲୋକ ବିରୋଧୀ ନୀତିର ତୀବ୍ର ସମାଲୋଚନା କରିଥିଲେ।
ଏହି ସମାବେଶରେ ସ୍ଥାନୀୟ କର୍ପୋରେଟରମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ ଅକଟୋବର ଦୁଇ ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ନଭେମ୍ବର ଦୁଇ ପର୍ଯ୍ୟନ୍ତ ଚାଲିବ।
ଏହି କାର୍ଯ୍ୟକ୍ରମରେ ପ୍ରାୟ ଦଶ ହଜାରରୁ ଅଧିକ ଜନସମାବେଶ ହୋଇଥିଲା।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।