ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର
ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍ ଧକ୍କାରେ ବିପରୀତ ଦିଗରୁ ସ୍କୁଟିରେ ଆସୁଥିବା ୩ ଯୁବକଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ଜଣେ ଗୁରୁତର ଅଛନ୍ତ। ୩ ଜଣ ଯାକ ଯୁବକ ଭୁବନେଶ୍ୱରରୁ ସ୍କୁଟିରେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତ ଓ ଆହତମାନଙ୍କ ପରିଚୟ ମିଳିପାରିନାହିଁ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।