ଅଣ୍ଟାଏ ପାଣିରେ ପଶି ବନ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ସ୍ବେଚ୍ଛାସେବୀ
ଗଞ୍ଜାମ,୨।୧୧(ବିଦ୍ୟାଧର ସାହୁ): ମହାବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜନଜୀବନ ଏବେ ବି ଅସ୍ତବ୍ୟସ୍ତ ରହିଥିବାବେଳେ ଅନେକ ଅଞ୍ଚଳର ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଏଭଳି କଠିନ ପରିସ୍ଥିତିରେ ଗଞ୍ଜାମ ଅଞ୍ଚଳର ଏକ ସ୍ବେଚ୍ଛାସେବୀ ଦଳ ମାନବିକତାର ପରିଚୟ ଦେଇ ବନ୍ୟା ବିପନ୍ନଙ୍କ ନିକଟରେ ପହଞ୍ଚି ଶୁଖିଲା ଖାଦ୍ୟ ବଣ୍ଟନ କରିଛନ୍ତି। ବନ୍ୟା ଓ ବାତ୍ୟାର ପ୍ରଭାବ କମିଥିଲେ ମଧ୍ୟ ଅନେକ ସ୍ଥାନରେ ଏବେ ବି ବନ୍ୟାଜଳ ହ୍ରାସ ପାଇନାହିଁ। ଲୋକେ ପାଣି ଘେରରେ ରହି ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।