ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

Sep 22, 2026 - 13:14
ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର କାକିନାଡା ଅଞ୍ଚଳର ୨୭ରୁ ଊର୍ଦ୍ଧ୍ୱ ମାଛଧରା ଟ୍ରଲର ଫସିଥିବା ଜଣାପଡ଼ିଛି।

ସମୁଦ୍ର ଅଶାନ୍ତ ଥିବାରୁ ଟ୍ରଲରଗୁଡ଼ିକ ନିଜ ଅଞ୍ଚଳକୁ ଫେରି ନପାରି ଆର୍ଯ୍ୟପଲ୍ଲୀ ମତ୍ସ୍ୟଜେଟି ଓ ଗୋପାଳପୁର ବନ୍ଦର ପରିସରରେ ଆଶ୍ରୟ ନେଇଥିବା ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୂଚନା ଦେଇଛନ୍ତି। ଖବର ପାଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଟ୍ରଲରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯାଇଛି।

ମତ୍ସ୍ୟଜୀବୀମାନଙ୍କ ସୁରକ୍ଷା ସହ ଆବଶ୍ୟକ ସହାୟତା ଉପରେ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ତେବେ ଏବେ ବି କିଛି ଟ୍ରଲର ସମୁଦ୍ର ମଧ୍ୟରେ ରହିଥିବା ମତ୍ସ୍ୟ ବିଭାଗୀୟ ଅଧିକାରୀମାନେ ସୂଚନା ଦେଇଛନ୍ତି। ସେଗୁଡ଼ିକୁ ସୁରକ୍ଷିତ ଭାବେ କୂଳକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।