କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…
ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ ବରିହାପଦା ଗ୍ରାମର ବେତେସା ମାଝୀ। ପରିବାର ଲୋକେ ତାଙ୍କୁ ଏକ ଅଟୋ ଯୋଗେ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ବେତେସା ନିଜ କାନ୍ଦୁଲ ଜଙ୍ଗଲର ପଦରରେ ଥିବା ଫସଲର ଅବସ୍ଥା ଦେଖିବାକୁ ଯାଇଥିଲେ। ଏହି ସମୟରେ ପଦରର ଏକ ବିରାଟ ଗଛରେ ରହୁଥିବା ମହୁମାଛି ହଠାତ୍ ତାଙ୍କୁ ଆକ୍ରମଣ କରିଥିଲେ। ମହୁମାଛିଙ୍କ ଆକ୍ରମଣରେ ସେ ଘଟଣାସ୍ଥଳରେ ହିଁ ଟଳିପଡ଼ିଥିବା ଜଣାପଡ଼ିଛି। ଘଟଣା ପରେ ପରିବାର ଲୋକେ ତାଙ୍କୁ ଅଟୋ ଯୋଗେ ମୋହନା ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ଅପନ ମହାପାତ୍ର ପ୍ରାଥମିକ ଚିକିତ୍ସା କରିବା ପରେ ତାଙ୍କ ଅବସ୍ଥାକୁ ଦୃଷ୍ଟିରେ ରଖି ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।