କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

Sep 23, 2026 - 09:27
କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର ଆହତ ହୋଇଥିବାବେଳେ ନୟାପଲ୍ଲୀ ପୋଲିସ ତାଙ୍କୁ ଉଦ୍ଧାର କରିଛି।

ସୂଚନା ଅନୁଯାୟୀ, କଦଳୀ ବୋଝେଇ ଟ୍ରକ୍‌ଟି ଆନ୍ଧ୍ରପ୍ରଦେଶରୁ ଯାଜପୁର ଅଭିମୁଖେ ଯାଉଥିଲା। ଜୟଦେବ ବିହାର ନିକଟ ଜାତୀୟ ରାଜପଥରେ ଏହା ଏକ କାର୍‌କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିପଡ଼ିଥିଲା।

ଦୁର୍ଘଟଣା ଖବର ପାଇ ନୟାପଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଟ୍ରକ୍‌ ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲା। ଘଟଣାକୁ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।