କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

Oct 11, 2026 - 20:43
କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ଅଭିଯୁକ୍ତ ପିଣ୍ଟୁ ଦିଗପହଣ୍ଡି କୋର୍ଟରେ ହାଜର ହେଉ ନ ଥିବା କାରଣରୁ ମାଜିଷ୍ଟ୍ରେଟ ମାମଲା(ନଂ. ଜିଆର୍‌-୨୮/୦୯) ଅନୁଯାୟୀ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଥାନା ଏଏସ୍‌ଆଇ ମନୋଜ ସିଂ ଅଭିଯୁକ୍ତ ପିଣ୍ଟୁଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।