ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର
ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ ବାଉଁଶଲୁଣ୍ଡି ଏବଂ ତୁଳସୀପଲ୍ଲୀର ମୁଖ୍ୟରାସ୍ତା ଏବଂ ଗାଁ ଭିତରେ ରବିବାର ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି। ସାରେ ପୂଜା ମଣ୍ଡପରେ ମା’ଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା।
ଭଞ୍ଜନଗର ସହରର ବସ୍ଷ୍ଟାଣ୍ଡ, ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ନିକଟ, ରେଡକ୍ରସ ରୋଡ୍, ବାଉଁଶଲୁଣ୍ଡି ବଡ଼ଦାଣ୍ଡ ଏବଂ ତୁଳସୀପଲ୍ଲୀରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆୟୋଜିତ ହେଉଛି। ଏହି ଅବସରରେ ବିଭିନ୍ନ ଦିନରେ ପୂଜାମଣ୍ଡପଗୁଡ଼ିକରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ମଧ୍ୟ ବ୍ୟବସ୍ଥା ହୋଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।