ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

Sep 10, 2026 - 18:43
ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେ ହେଲେ ଦିଗମ୍ବର ଠେଲା (୫୦)।

ମିଳିଥିବା ସୂଚନା ମୁତାବକ, ଦିଗମ୍ବର ନିଜ ଜମିରେ ଥିବା ଚହଲାକୁ ଗାଧୋଇବା ପାଇଁ ଯାଇଥିଲେ। ହେଲେ ସେ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରି ପାଇ ନ ଥିଲେ। ପରେ ଜମିରେ ଥିବା ଚହଲା ହିଡ ଉପରେ ଦିଗମ୍ବର ପିନ୍ଧିଥିବା କପଡ଼ା ଓ ଚପଲ ଥିବା ଦେଖି ସନ୍ଦେହ କରିଥିଲେ। ଚହଲା ପାଣି ଭିତରୁ ତାଙ୍କୁ ଉଦ୍ଧାର କରି ଭେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ତରବୋଡ ଫାଣ୍ଡି ଅଧିକାରୀ ବିନୋଦ ବିହାରୀ ସେଠୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଏ ନେଇ କୋମନା ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୨୩/୨୬) ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ ରାମେଶ୍ୱର ବାଗ ସୂଚନା ଦେଇଛନ୍ତି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।