ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

Oct 11, 2026 - 12:54
ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ଘାଇରେ।

ସୂଚନା ମୁତାବକ, ମୁନିସିଂ ଗାଁର ନୀଳକଣ୍ଠ ନାୟକ ନାମକ ଜଣେ ଯୁବକ ଶନିବାର ସନ୍ଧ୍ୟାରେ ପ୍ରତିଦିନ ଭଳି ଛେଳିଗଡ଼ ଘାଇକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ସମୟରେ ହଠାତ୍‌ ବୁଡି ଯାଇଥିଲେ। ଫଳରେ କିଛି ସ୍ଥାନୀୟ ଲୋକେ ଖୋଜାଖୋଜି କରିଥିଲେ। ପରେ ଆର. ଉଦୟଗିରି ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଖୋଜ ନୀଳକଣ୍ଠଙ୍କୁ ଖୋଜା ଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ବିଳମ୍ବିତ ରାତି ହୋଇଯାଇଥିବାରୁ ଅଗ୍ନିଶମ ବାହିନୀ ଫେରି ଯାଇଥିବା ବେଳେ ଆଜି ରବିବାର ପୁଣି ଉଦ୍ଧାର କାର୍ଯ୍ୟ ଜାରି ରଖି ଦୀର୍ଘ ୮ ଘଣ୍ଟାର କସରତ ପରେ ନୀଳକଣ୍ଠଙ୍କ ମୃତଦେହକୁ ଘାଇରୁ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି। ଅନ୍ୟ ପଟେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।