ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

Oct 13, 2026 - 08:12
ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ ସିଡିଏ ସେକ୍ଟର ୧୦ ସ୍ଥିତ ପିଏନଜିରେ ଅଗ୍ନିକାଣ୍ଡ ଘଟିଛି । ହୁତୁହୁତୁ ହୋଇ ନିଆଁ ଜଳିଥିଲା ।

ଖବର ପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି । ତେବେ କେଉଁ ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଥିଲା ସେନେଇ ପ୍ରକୃତ କାରଣ ସ୍ପଷ୍ଟ ହୋଇପାରି ନାହିଁ । ଅଗ୍ନିକାଣ୍ଡ ଘଟିବା ଫଳରେ ଘରୋଇ ଗ୍ୟାସ ଯୋଗାଣ ବନ୍ଦ ରହିଛି । ତେବେ ନିଆଁ ଜଳୁଥିବା ଦେଖି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।