ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍ ଲାଗିଲା ନିଆଁ, ଆଉ ତା’ପରେ…
ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଜିତେନ୍ଦ୍ର ସା (୫୭)।
ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ରାଉରକେଲା ସରକାରୀ ଡାକ୍ତରଖାନାର ଶବଗୃହରେ ରଖିଛି। ଏନେଇ ପ୍ଲାଣ୍ଟସାଇଟ ଥାନାରେ ମାମଲା ନଂ. ୪୨/୨୬ ରୁଜୁ ହୋଇଛି। ମୃତକଙ୍କ ପୁଅ ରାହୁଲ ସା ସୋମବାର ସକାଳେ ଥାନାରେ ଏତଲା ଦେଇଛନ୍ତି।
ଅପରପକ୍ଷରେ ଘଟଣାକୁ ନେଇ ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ସନ୍ଦେହ ପ୍ରକାଶ ପାଇଛି। ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।