ଘୂର୍ଣ୍ଣିବଳୟ ସକ୍ରିୟ: ୨୩ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର,୨୦।୧୦: ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ଥାଇଲାଣ୍ଡ ଓ ମିଆଁମାର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଏହାର ପ୍ରଭାବରେ ବଙ୍ଗୋପସାଗରରେ ପାଣିପାଗରେ ପରିବର୍ତ୍ତନ ହେବା ନେଇ ଆକଳନ କରାଯାଉଛି।
ସମ୍ଭାବ୍ୟ ପାଣିପାଗ ପରିବର୍ତ୍ତନ ଅନୁଯାୟୀ, ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୧ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିପାରେ। ପରବର୍ତ୍ତୀ ସମୟରେ ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି।
ଲଘୁଚାପ ସୃଷ୍ଟି ହେବା ପରେ ଏହା ଆଗାମୀ ତିନି ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହୋଇପାରେ। ତେବେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।