ଘୋଡ଼ାହାଡ଼ ଡ୍ୟାମ୍ରୁ ଛଡ଼ାଯିବ ପାଣି: ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରି…
ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ପ୍ରବଳ ପବନ ଓ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ଓ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ୍ୟାମରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯିବ ବୋଲି ନଦୀ ତଟବର୍ତ୍ତୀ ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର, ନୂଆଗଡ଼, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ନଦୀ ମଧ୍ୟକୁ କୌଣସି ବ୍ୟକ୍ତି ନ ଯିବା ସହ ଗୃହପାଳିତ ପ୍ରାଣୀମାନଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଛି। ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ରବିବାର ସକାଳ ସୁଦ୍ଧା ଜଳଭଣ୍ଡାରରେ ୯୬ ପ୍ରତିଶତ ଅର୍ଥାତ୍ ୧୧୭.୩୦ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଦାସ ଜଣାଇଛନ୍ତି। ଡ୍ୟାମରୁ ନଦୀଗର୍ଭକୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ନୋଟିସ୍ର ଏକକିତା ନକଲ ପ୍ରେରଣ କରାଯାଇଥିବା ଜଣାପଡ଼ିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।