ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’
ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ ବାସଭବନରେ ନାନା ପାଟେକର ଅଚେତ ଅବସ୍ଥାରେ ମିଳିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯିବା ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ଅନୁଯାୟୀ, ତାଙ୍କୁ ଗୁରୁତର ହୃଦଘାତ (କାର୍ଡିଆକ ଆରେଷ୍ଟ) ହୋଇଥିଲା। ଡାକ୍ତରଖାନାରେ ପହଞ୍ଚିବା ପରେ ଡାକ୍ତରମାନେ ପ୍ରାୟ ୪୫ ମିନିଟ ଧରି ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ, ହେଲେ ଶେଷରେ ସବୁ ଚେଷ୍ଟା ବିଫଳ ହୋଇଥିଲା। ଏହି ଖବର ଆସିବା ପରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।