ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍ ଡାଏ ଘୋଷଣା
କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି। କଲେଜରେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାରୁ କଲେଜ ଅଧ୍ୟକ୍ଷ ସାଇନ୍ ଡାଏ ଘୋଷଣା କରିଛନ୍ତି।
ସୂଚନା ଅନୁଯାୟୀ, ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିବାବେଳେ ଏକ ରାଜନୈତିକ ଦଳର ଜଣେ ନେତା କଲେଜ ଅଧ୍ୟକ୍ଷଙ୍କୁ ମାଡ଼ ମାରିବା ସହ ଅନ୍ୟ କର୍ମଚାରୀଙ୍କ ପ୍ରତି ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।
ଏହି ଘଟଣାକୁ ନେଇ କଲେଜ ଅଧ୍ୟକ୍ଷ ଓ ଅନ୍ୟ କର୍ମଚାରୀମାନେ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଅନ୍ୟପକ୍ଷରେ, ଅଧ୍ୟକ୍ଷଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିବା ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଛାତ୍ରଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇଥିଲେ।କଲେଜରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଓ ଅଶାନ୍ତ ପରିବେଶକୁ ଦୃଷ୍ଟିରେ ରଖି ଅଧ୍ୟକ୍ଷ ସାଇନ୍ ଡାଏ ଘୋଷଣା କରିଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।