ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

Sep 17, 2026 - 22:23
ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର ପଦ୍ମଲୋଚନ କୁମ୍ଭାର(୫୦) ବୋଲି ଜଣାପଡିଛି। ପାରିପାର୍ଶ୍ୱିକ ସ୍ଥିତିରୁ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଏ ନେଇ ଭେଡେନ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା (୧୦/୨୬) ରୁଜୁ କରି ତଦନ୍ତ ଚଲାଇଛି।

ମିଳିଥିବା ସୂଚନା ଅନୁଯାୟୀ, ପଦ୍ମଲୋଚନ ସକାଳୁ ଜମିକୁ ଯାଉଛି କହି ଘରୁ ବାହାରିଥିଲେ। ହେଲେ ଅପରାହ୍ନ ସୁଦ୍ଧା ସେ ଘରକୁ ଫେରି ନ ଥିଲେ । ଏନେଇ ପରିବାର ଲୋକେ ଖୋଜାଖୋଜି କରିଥିଲେ ଏବଂ କ୍ଷେତ ହିଡରେ ରହିଥିବା ଏକ ଶିଶୁ ଗଛରେ ପଦ୍ମଲୋଚନଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ। ପରିବାର ଲୋକେ ସୂଚନା ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।