ଟସ୍‌ ଜିତିଲା ଭାରତ, ଚୂଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ; ଦେଖନ୍ତୁ ପ୍ଲେଇଂ-୧୧ରେ କାହାକୁ ମିଳିଲା ସ୍ଥାନ

Oct 24, 2026 - 12:53
ଟସ୍‌ ଜିତିଲା ଭାରତ, ଚୂଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ; ଦେଖନ୍ତୁ ପ୍ଲେଇଂ-୧୧ରେ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୪।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଦଳର ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଛି। ଅଧିନାୟକ ଶ୍ରେୟସ ଆୟର ସ୍ପଷ୍ଟ କରିଛନ୍ତି ଯେ ଅଭିଷେକ ଶର୍ମା ଓ ସଞ୍ଜୁ ସାମସନ ହିଁ ଓପନିଂ କରିବେ। ବୈଭବ ତୃତୀୟ ସ୍ଥାନରେ ବ୍ୟାଟିଂ କରିବେ। ଭାରତୀୟ ଚୂଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ କରାଯାଇଛି।

ସେପଟେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆହତ ଈଶାନ କିଶନଙ୍କ ସ୍ଥାନରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରେ ସୁଯୋଗ ମିଳିଛି। ଏହାବ୍ୟତୀତ ମୟଙ୍କ ଯାଦବଙ୍କ ସ୍ଥାନରେ ପ୍ରିନ୍ସ ଯାଦବଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଛି।

ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତୀୟ ଚୂଡ଼ାନ୍ତ ଏକାଦଶ:

ଅଭିଷେକ ଶର୍ମା, ସଞ୍ଜୁ ସାମସନ (ଉଇକେଟ୍‌କିପର), ବୈଭବ ସୂର୍ଯ୍ୟବଂଶୀ, ଶ୍ରେୟସ ଆୟର (ଅଧିନାୟକ), ତିଳକ ବର୍ମା, ନମନ ଧୀର, ନୀତିଶ କୁମାର ରେଡ୍ଡୀ, ଅକ୍ଷର ପଟେଲ, ଭୁବନେଶ୍ୱର କୁମାର, ଅର୍ଶଦୀପ ସିଂହ ଓ ପ୍ରିନ୍ସ ଯାଦବ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।