ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

Sep 15, 2026 - 11:13
ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମଙ୍ଗଳ ସକାଳ ୯ଟା ୪୯ ମିନିଟରେ ନବାନ୍ନ (ନୂଆ) ଲାଗିଛି।

ଏହା ପରେ ଜନସାଧାରଣଙ୍କୁ ନୂଆଖାଇ ଭୋଗ ବଣ୍ଟନ କରାଯାଇଥିଲା। ଅନେକ ଲୋକ ଏହି ନୂଆଁ ନେବା ସହ ନିଜ ଘରର ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି ନୂଆଖାଇବା ଆରମ୍ଭ କରିଛନ୍ତି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।