ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

Oct 12, 2026 - 14:31
ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡ଼ା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର କିଶାନ।

ମିଳିଥିବା ସୂଚନାନୁସାରେ, ହେମଗିର ପଟୁ ବାଇକ ଯୋଗେ ଭବାନୀ ଓ ସୁରେନ୍ଦ୍ର ରବିବାର  ରାତିରେ ଘରକୁ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା। ଖବର ପାଇ ହେମଗିର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହେମଗିର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି କ୍ଷତିପୂରଣ ଦାବିରେ ରାସ୍ତାରୋକୋ କରିଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।