ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ମହାପ୍ରଭୁ ଜଗନ୍ନାଥ ଆପଣଙ୍କ…

Oct 16, 2026 - 11:25
ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ମହାପ୍ରଭୁ ଜଗନ୍ନାଥ ଆପଣଙ୍କ…

ଭୁବନେଶ୍ୱର,୧୬ା୧୦: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଆଜିର ଏହି ସ୍ବତନ୍ତ୍ର ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ନବୀନଙ୍କ ଶୁଭ ମନାସିଛନ୍ତି।

ମୋହନ, ଆଜି ସୋସିଆଲ ମିଡିଆ ‘ଏକ୍ସ’ରେ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ, ଦୀର୍ଘାୟୁ ଏବଂ ସୁଖମୟ ଜୀବନ କାମନା କରିଛନ୍ତି। ରାଜନୈତିକ ମତଭେଦରୁ ଊର୍ଦ୍ଧ୍ୱକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ଓଡ଼ିଶା ରାଜନୀତିର ଏକ ସୁସ୍ଥ ଓ ମହାନ ପରମ୍ପରାକୁ ପୁଣି ଥରେ ପ୍ରତିଫଳିତ କରିଛି।

ନବୀନଙ୍କ ଜନ୍ମଦିନରେ ରାଜ୍ୟ ଓ ଦେଶର ବହୁ ପ୍ରମୁଖ ନେତା, ମନ୍ତ୍ରୀ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି। ବିଜେଡି ସୁପ୍ରିମୋ ନବୀନଙ୍କ ଦୀର୍ଘ ସମୟର ଶାସନ କାଳ ଏବଂ ଓଡ଼ିଶାର ବିକାଶରେ ତାଙ୍କର ଯୋଗଦାନକୁ ସ୍ମରଣ କରି ବିଭିନ୍ନ ସ୍ଥାନରେ ସମର୍ଥକମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରୁଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।