ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

Oct 27, 2026 - 20:19
ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି । ଉପକୂଳରେ ହେଲାଣି ଜୋରଦାର ବର୍ଷା ସାଙ୍ଗକୁ ପବନ । ୧୦୦ କିମି ବେଗରେ ବହିବ ପବନ, ୨୦୦ ମିଲିମିଟରରୁ ଅଧିକ ହେବ ବର୍ଷା । ୩୬ ଘଣ୍ଟା ଧରି ଓଡ଼ିଶାରେ ତାଣ୍ଡବ ରଚିବ ଅର୍ଣ୍ଣବ । ଦକ୍ଷିଣରୁ ଉପକୂଳ, ଆଭ୍ୟନ୍ତରୀଣରୁ ପଶ୍ଚିମ । ସବୁଠି ରହିବ ବାତ୍ୟାର ପ୍ରଭାବ। ପୁରା ଆଲର୍ଟରେ ପ୍ରଶାସନ ।

ବାତ୍ୟା ଅର୍ଣ୍ଣବ ଆନ୍ଧ୍ରପ୍ରଦେଶର କାକିନାଡ଼ାଠାରୁ ପ୍ରାୟ ୧୪୦ କିମି ଦକ୍ଷିଣ-ପୂର୍ବରେ, ବିଶାଖାପାଟଣାଠାରୁ ୧୭୦ କିମି ଦକ୍ଷିଣରେ, ମାଛିଲିପାଟଣାଠାରୁ ୨୩୦ କିମି ପୂର୍ବରେ, ବାପଟଲାଠାରୁ ୩୦୦ କିମି ପୂର୍ବ-ଉତ୍ତରପୂର୍ବରେ ଏବଂ ଓଡ଼ିଶାର ଗୋପାଳପୁରଠାରୁ ପ୍ରାୟ ୩୮୦ କିମି ଦକ୍ଷିଣ-ଦକ୍ଷିଣପଶ୍ଚିମରେ ଅବସ୍ଥିତ ।

ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅକ୍ଟୋବର ୨୭ ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ସତର୍କ କରାଯାଇଛି ୨୭ ଅକ୍ଟୋବର ୨୦୨୬ ପାଇଁ ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ‘ରେଡ୍ ଆଲର୍ଟ’ ଜାରି କରାଯାଇଛି । ଏହା ପ୍ରଭାବରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।

ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଏବଂ ଜଗତସିଂହପୁର ଜିଲ୍ଲା ପାଇଁ ‘ଅରେଞ୍ଜ ଆଲର୍ଟ’ ଜାରି ହୋଇଛି । ଏହା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।