‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନିଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଅତିରିକ୍ତ ବିଡ଼ିଓ ଉମେଶ ସେଠୀ ଅଧ୍ୟକ୍ଷତା କରିଥିଲେ। ଦିଗପହଣ୍ଡି ଥାନା ଅତିରିକ୍ତ ଆଇଆଇସି କୃଷ୍ଣମୟୀ ବରାଳ ମୁଖ୍ୟ ଅତିଥି ଭାବେ ଏବଂ ଖେମୁଣ୍ଡି ଓକିଲ ସଂଘର ପ୍ରାକ୍ତନ ସଭାପତି ହରପ୍ରସାଦ ରଥ ମୁଖ୍ୟବକ୍ତା ଭାବେ ଯୋଗଦେଇ ବରିଷ୍ଠ ନାଗରିକମାନଙ୍କୁ ସମାଜର ମାର୍ଗଦର୍ଶକ ଭାବେ ଅଭିହିତ କରିବା ସହ ସମଗ୍ର ଦେଶ ପାଇଁ ସେମାନେ ଅମୂଲ୍ୟ ସମ୍ପଦ ବୋଲି କହିଥିଲେ।
ବରିଷ୍ଠ ନାଗରିକମାନଙ୍କ ପାଇଁ ରହିଥିବା ବିଭିନ୍ନ ଆଇନ ଏବଂ ଯୋଜନା ଉପରେ ଉପସ୍ଥିତ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରାଯାଇଥିଲା। ଅବସରପ୍ରାପ୍ତ କର୍ମଚାରୀ ସଂଘର ସମ୍ପାଦକ କେ. ନାଗେଶ୍ୱର ରାଓ, ସୁବାସ ଚନ୍ଦ୍ର ପାଢ଼ୀ ଏବଂ ଯୋଗ ପ୍ରଶିକ୍ଷକ ନାରାୟଣ ସାବତ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ଏହି ଅବସରରେ ଯୋଗ ପ୍ରଶିକ୍ଷଣ, ଚାରା ରୋପଣ, ସ୍ବାସ୍ଥ୍ୟ ପରୀକ୍ଷା ଆୟୋଜନ କରାଯିବା ସହିତ ବରିଷ୍ଠ ନାଗରିକମାନଙ୍କୁ ସମ୍ମାନିତ କରାଯାଇଥିଲା।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।