ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

Sep 21, 2026 - 13:34
ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ । ତେବେ ଏହା ଦୁର୍ଘଟଣା ନା ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ଦୁର୍ଘଟଣା ପରେ ଜିଆରପି ଥାନା ପୋଲିସ ଓ ଆରପିଏଫ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଦୁଇ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇ ବ୍ଯବଚ୍ଛେଦ ପାଇଁ ପଠାଯାଇଛି । ସେମାନେ କେଉଁଠାର ବାସିନ୍ଦା, କେଉଁ ପରିସ୍ଥିତିରେ ରେଳ ଧାରଣା ନିକଟକୁ ଆସିଥିଲେ ଏବଂ କେଉଁ ଟ୍ରେନ ଧକ୍କାରେ ସେମାନଙ୍କ ମୃତ୍ଯୁ ହୋଇଛି ସେନେଇ ତଦନ୍ତ କରୁଛି ରେଳବାଇ ପୋଲିସ ।

ତେବେ ଏହା ଏକ ଦୁର୍ଘଟଣା ଥିଲା ନା ଘଟଣା ପଛରେ ଅନ୍ୟ କୌଣସି କାରଣ ରହିଛି, ମୃତ ମହିଳାଙ୍କ ପରିଚୟ ମିଳିବା ପରେ ଘଟଣା ସମ୍ପର୍କରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଚର୍ଚ୍ଚା ହେଉଛି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।