ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନିକ ତତ୍ପରତା
କୋରାପୁଟ, ୨୮।୧୦ (ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଓ ତଦାରଖ ଜାରି ରହିଛି। ଜିଲ୍ଲାର ଜରୁରୀକାଳୀନ ପରିଚାଳନା କକ୍ଷରେ ଓଡ଼ିଶା ସରକାରଙ୍କ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶିକା, ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ଉପସ୍ଥିତ ରହି ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି, ପାଣିପାଗ ସୂଚନା ଓ ଜରୁରୀକାଳୀନ ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି।
ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ଜରୁରୀ ସେବାଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ଜାରି ରଖିବା ଉପରେ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।