ବାତ୍ୟା ଅର୍ଣ୍ଣବ: ରାୟଗଡ଼ାରେ ଉପମୁଖ୍ୟମନ୍ତ୍ରୀ, ଜିରୋ କାଜୁଆଲିଟିକୁ ଗୁରୁତ୍ୱ

Oct 27, 2026 - 14:22
ବାତ୍ୟା ଅର୍ଣ୍ଣବ: ରାୟଗଡ଼ାରେ ଉପମୁଖ୍ୟମନ୍ତ୍ରୀ, ଜିରୋ କାଜୁଆଲିଟିକୁ ଗୁରୁତ୍ୱ

ରାୟଗଡ଼ା,୨୭।୧୦(ଜଗନ୍ନାଥ ଗୌଡ଼): ବାତ୍ୟା ଅର୍ଣ୍ଣବର ସ୍ଥିତି ଅନୁଧ୍ୟାନ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମଙ୍ଗଳବାର ରାୟଗଡ଼ାରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଉପମୁଖ୍ୟମନ୍ତ୍ରୀ ପରିଡ଼ା ରାୟଗଡ଼ାରେ ପହଞ୍ଚି ଜିଲାରେ ବାତ୍ୟା ମୁକାବିଲା ପାଇଁ ପ୍ରଶାସନର କିଭଳି ପ୍ରସ୍ତୁତି ରହିଛି ତାହା ଅନୁଧ୍ୟାନ କରିଛନ୍ତି। ସରକାର ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦେଉଥିବାରୁ ତାହାର ଲକ୍ଷ୍ୟ ନେଇ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ପରିଡା ପ୍ରକାଶ କରିଛନ୍ତି।

ବାତ୍ୟା ମୁକାବିଲା ପାଇଁ ବିଭିନ୍ନ ଜିଲାରେ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିକ୍ରମରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା ରାୟଗଡ଼ାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ଅପରାହ୍ନ ପ୍ରାୟ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ବାତ୍ୟା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।