ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ

Nov 08, 2026 - 17:30
ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ

ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକ ରବିବାର ଅପରାହ୍ନରେ ସାଙ୍ଗରେ ନେଇ ଫେରାର ହେଉଥିବା ବେଳେ ଉଭୟଙ୍କୁ ଉଦ୍ଧାର କରାଯାଇଛି।

ୱାର୍ଡ ସଭ୍ୟା ଦୁଇଟି ସନ୍ତାନର ଜନନୀ ବୋଲି ଜଣାପଡ଼ିଛି। ଘଟଣା ସମ୍ପର୍କରେ ଖବର ପାଇ ତାଙ୍କ ସ୍ୱାମୀ  ଓ ଅନ୍ୟ କେତେକ ସ୍ଥାନୀୟ ଯୁବକ ଉଭୟଙ୍କୁ ପିଛା କରିଥିଲେ। ଏହି ସମୟରେ ୫୩ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ମାର୍ଶାଘାଇ ପୋଲିସ ଟିମ୍ ଓ ସ୍ଥାନୀୟ ଯୁବକମାନେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ।

ପରେ ଉଭୟଙ୍କୁ ମାର୍ଶାଘାଇ ଥାନାକୁ ନିଆଯାଇ ଅଟକ ରଖି ପଚରାଉଚରା କରାଯାଉଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ୱାର୍ଡ ସଭ୍ୟାଙ୍କ ସ୍ୱାମୀ ଶ୍ରୀମନ୍ତ ଭକ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।