ବ୍ଲକସ୍ତରୀୟ ମତ୍ସ୍ୟ, ପ୍ରାଣୀସମ୍ପଦ ମେଳା, ସମ୍ମାନିତ ହେଲେ ସଫଳ ଚାଷୀ
କର୍ଲାମୁଣ୍ଡା/ରିଷିଡ଼ା,୩୦ା୧୦(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମଠାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ ସଭାରେ ନର୍ଲା ବିଧାୟିକା ମନୋରମା ମହାନ୍ତି ମୁଖ୍ୟ ଅତିଥି, ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ନିରଦ ଚନ୍ଦ୍ର କହଁର ମୁଖ୍ୟ ବକ୍ତା ଓ ବ୍ଲକ ଅଧ୍ୟକ୍ଷା କୁନି ସାହୁ, ଜିଲା ମୁଖ୍ୟ ମତ୍ସ୍ୟ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ, ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ସନ୍ୟାସୀ ଶତପଥୀ, କର୍ଲାମୁଣ୍ଡା ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର କେଦାର ନାଥ ଖମାରୀ, ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଶକ୍ତିକାନ୍ତ ବେହେରା, ରିଷିଡା ସରପଞ୍ଚ ସେବତୀ ରଣା, ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସ. ମାଲପଡ଼ା ସରପଞ୍ଚ ବରୁଣ ଛତ୍ରିଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଆଲୋଚନା କରି ଏହାର ସୁଯୋଗ ନେବାକୁ ଚାଷୀମାନଙ୍କୁ ପରାମର୍ଶ ଦେଇଥିଲେ।
ଏଥିରେ ବିଭିନ୍ନ ସରକାରୀ ଯୋଜନାରେ ସାମିଲ ହୋଇ ସଫଳତା ଅର୍ଜନ କରିଥିବା ମହିଳା ଚାଷୀ ବୈଜୟନ୍ତୀ ସାହୁ, ପ୍ରଫୁଲ୍ଲ କୁମାର ସାହୁ, ଦୟାନିଧି ମାଝୀ, ଦତ୍ତାପ୍ରୟ ନାଏକଙ୍କୁ ସମ୍ମାନିତ କରାଯାଇଥିଲ। ପ୍ରାଣୀ ନିରୀକ୍ଷକ ଶୁଶାନ୍ତ କୁମାର ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କେଦାର ନାଥ ଖମାରୀ ସ୍ବାଗତ ଭାଷଣ ଦେଇଥିବା ବେଳେ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଶକ୍ତିକାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ମହିଳା ପୁରୁଷ ଚାଷୀ ଅଂଶଗ୍ରହଣ କରିଥିଲେ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।