ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

Sep 13, 2026 - 22:39
ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ କରିଛି।

ଜାହାଜରେ ୧୪ ଭାରତୀୟ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଜାରି ରହିଛି। ଆକ୍ରମଣକୁ ବହିର୍ବ୍ୟାପର ମନ୍ତ୍ରଣାଳୟ ପକ୍ଷରୁ ନିନ୍ଦା କରାଯାଇଛି। ଓମାନରେ ଥିବା ଭାରତୀ ଦୂତାବାସ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ସହ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ସକ୍ରିୟ ଭାବେ ସହଯୋଗ କରୁଥିବା ମନ୍ତ୍ରଣାଳୟ କହିଛି। ଆଲୋଚନା ଓ କୂଟନୀତି ଜରିଆରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ସହ ଶାନ୍ତି ଫେରାଇ ଆଣିବା ପାଇଁ ଭାରତ ଏହାର ଆହ୍ବାନକୁ ଦୋହରାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।