ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

Sep 26, 2026 - 18:07
ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ. ମୋହନ ରେଡ୍ଡୀ (୩୦) ଓ ମାଧବ ବେହେରା ଓରଫ ମିଥୁନ। ପୋଲିସ ଦେଇଥିବା ସୂଚନା ଅନୁଯାୟୀ ଏହି ଅଭିଯୁକ୍ତ ଦୁହେଁ ବ୍ୟାଟେରି ଚୋରି କରୁଥିଲେ। ଚମାଖଣ୍ଡି ଥାନାରେ ୨୫ ତାରିଖ ଦିନ ଏକ ଅଭିଯୋଗ ଅନୁଯାୟୀ କେସ୍‌ ନଂ ୩୭୫/୨୦୨୬ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ କରି ଏହି ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରିଣୀ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।