ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା
ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା ରାସ୍ତା ଆଜି ଜଳମଗ୍ନ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ସାଧାରଣ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲୋକଙ୍କ ଯାତାୟାତ ପାଇଁ ଡଙ୍ଗାର ବ୍ୟବସ୍ଥା କରାଯାଇଛି। ତେବେ ହିରୁମୂଳ ଗାଁର ଅଧିକାଂଶ ଅଞ୍ଚଳ ଏବେ ମଧ୍ୟ ଜଳମଗ୍ନ ହୋଇନାହିଁ। ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି।
ଆଜି ହିରୁମୂଳ ଗ୍ରାମବାସୀଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯିବ ବୋଲି ଜଣାପଡ଼ିଛି। ଖୋର୍ଦ୍ଧା ବ୍ଲକର ବିଡିଓ ସିଦ୍ଧାର୍ଥ ପଟ୍ଟନାୟକ ସ୍ଥାନୀୟ ସରପଞ୍ଚ ଉପସ୍ଥିତିରେ ସ୍ଥିତି ଅନୁଧ୍ୟାନ କରୁଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।