ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍ ଘଟିଲା…
ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ (୬୯)। ଶନିବାର ସକାଳ ପ୍ରାୟ ୫ଟା ୪୦ରେ ଗାଧୋଇବା ସମୟରେ ସେ ନଦୀ ସ୍ରୋତରେ ଭାସିଯାଇଥିବା ଜଣାପଡ଼ିଛି। ଖବର ପାଇ ପାରଳାଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀରେ ସନ୍ଧାନ ଅଭିଯାନ ଚଳାଇଛି। ତେବେ ଏ ପର୍ଯ୍ୟନ୍ତ ବୃଦ୍ଧଙ୍କ ସନ୍ଧାନ ମିଳିନାହିଁ।
Dharitri – Odisha’s No.1 Odia Daily
The post ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍ ଘଟିଲା… appeared first on Dharitri Odia News.
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।