ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

Oct 27, 2026 - 17:55
ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍‌): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା, ପବନକୁ ଦୃଷ୍ଟିରେ ରଖି ବୁଧବାର କଟକରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି। ଏନେଇ କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଧେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି।

ବାତ୍ୟା ପାଇଁ କଟକରେ ୩୦୦ ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ କରାଯାଇଛି। ଏପରିକି ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ୩ଟି ଓଡ୍ରାଫ ଟିମ୍‌କୁ ଜିଲ୍ଲାରେ ମୃତୟନ କରାଯାଇଛି। ଜିଲାରେ ୨ଟି କଂଟ୍ରୋଲ ରୁମ ଖୋଲାଯାଇଛି। ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଖାଦ୍ୟ ଏବଂ ପାନୀୟ ଜଳ ମହଜୁଦ ରଖିବା ପାଇଁ କୁହାଯାଇଛି। ବାତ୍ୟା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।