ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଛି। ମୃତ ବୃଦ୍ଧାଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ସମ୍ପର୍କରେ ଏଯାଏ ସ୍ପଷ୍ଟ ସୂଚନା ମିଳିନାହିଁ। ଗତ କିଛି ଦିନ ହେଲା ବୃଦ୍ଧା ଜଣକ ସମ୍ପୃକ୍ତ ଅଞ୍ଚଳରେ ବୁଲା ବୁଲି କରୁଥିଲେ। ତେବେ ପୋଲିସର ତଦନ୍ତ ପରେ ଘଟଣା ସମ୍ପର୍କରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।