ମାଣ୍ଡିଆ ଉତ୍ପାଦନରେ ରାଜ୍ୟରେ ପ୍ରଥମ କୋରାପୁଟ, ୧୫୯୮୭ ହେକ୍ଟର ଜମିରେ ୨୭୭୫୦ ଚାଷୀ କରୁଛନ୍ତି ଚାଷ
କୋରାପୁଟ,୭ା୧୧(ଅମିତାଭ ବେହେରା): କୋରାପୁଟ ଜିଲା ଡିଏନ୍କେ ସଦ୍ଭାବନା ଗୃହଠାରେ ଜିଲାସ୍ତରୀୟ ‘ମାଣ୍ଡିଆ ଦିବସ’ ମହାସମାରୋହରେ ପାଳିତ ହୋଇଯାଇଛି। ମାଣ୍ଡିଆ ଉତ୍ପାଦନରେ କୋରାପୁଟ ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ଏହି ଉତ୍ସବରେ ଜିଲାର କୃଷି ସଫଳତାକୁ ନେଇ ଗର୍ବ ପ୍ରକାଶ ପାଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି କୋଟପାଡ଼ ବିଧାୟକ ରୂପୁ ଭତ୍ରା ମାଣ୍ଡିଆର ପୁଷ୍ଟିକର ଗୁଣ ଓ ଆର୍ଥିକ ଉପଯୋଗିତା ଉପରେ ଆଲୋକପାତ କରିବା ସହ ଏହାର ମୂଲ୍ୟଯୁକ୍ତ ଖାଦ୍ୟ ପ୍ରସ୍ତୁତ କରି ଜାତୀୟ ଓ ଅନ୍ତର୍ଜାତୀୟ ବଜାରରେ ପହଞ୍ଚାଇବାକୁ ଆହ୍ୱାନ ଦେଇଥିଲେ।
ଜିଲାପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭଗବାନ ମୁଦୁଲି ଓ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ସମେତ ଅନ୍ୟାନ୍ୟ ଅତିଥି ଯୋଗଦେଇଥିଲେ। ଜିଲାର ୧୨ଟି ବ୍ଲକ୍ରେ ଶ୍ରୀଅନ୍ନ ଅଭିଯାନ ଅଧୀନରେ ୨୭,୭୫୦ ଜଣ ଚାଷୀ ୧୫,୯୮୭ ହେକ୍ଟର ଜମିରେ ମାଣ୍ଡିଆ ଚାଷ କରୁଛନ୍ତି।
ମାଣ୍ଡିଆ ଚାଷରେ ଉଲ୍ଲେଖନୀୟ ଅବଦାନ ପାଇଁ ‘ମାଣ୍ଡିଆ ରାଣୀ’ ଡ. ରାଇମତି ଘୁରିଆ, ଶ୍ରେଷ୍ଠ ଚାଷୀ, FPO, NGO ଓ କୃଷି ଅଧିକାରୀମାନଙ୍କୁ ସମ୍ମାନିତ କରାଯାଇଥିଲା। ଶେଷରେ କୃଷି ବିଭାଗର ଯୋଜନା ଅଧିକାରୀ ତାପସ ଚନ୍ଦ୍ର ରାୟ ଧନ୍ୟବାଦ ଅର୍ପଣ କରିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।