ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

Sep 12, 2026 - 19:37
ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା।

ବୈଠକରେ ଜିନ୍‌ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ ସହଯୋଗକୁ ଆହୁରି ମଜଭୁତ କରିବା ପାଇଁ ଚାଇନା ଏବଂ ଭାରତକୁ ଏକାଠି କାମ କରିବାକୁ ଅନୁରୋଧ କରିଛନ୍ତି। ସି ଜିନପିଙ୍ଗ କହିଛନ୍ତି ଯେ, ଚାଇନା ଏବଂ ଭାରତ ପରସ୍ପରର ଶକ୍ତିରୁ ଶିଖିପାରିବେ ଏବଂ ଏକାଠି ପ୍ରଗତି କରିପାରିବେ। ଆହୁରି ମଧ୍ୟ ଜିନ୍‌ପିଙ୍ଗ୍‌ କହିଛନ୍ତି, ଚାଇନା ଭାରତ ସହିତ ତା’ର ସମ୍ପର୍କକୁ ଏକ ରଣନୈତିକ ଏବଂ ଦୀର୍ଘକାଳୀନ ଦୃଷ୍ଟିକୋଣରୁ ଦେଖେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।