ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ

Oct 14, 2026 - 23:21
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ

ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ପ୍ରସ୍ତାବିତ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯାଇଛି। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ଅଫିସ୍ ଅର୍ଡର (ନଂ. ୨୪୭୦/RUB) ଜାରି କରି ଏହି ସୂଚନା ଦିଆଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ନିର୍ବାଚନ ବାତିଲ୍ ଘୋଷଣା କରାଯାଇଛି ।

କହିରଖୁଛୁ କି, ରାତି ପାହିଲେ ଭୋଟିଂ ହୋଇଥାନ୍ତା । ଛାତ୍ର ସଂସଦ ନିର୍ବାଚନକୁ ନେଇ ମୁହାଁମୁହିଁ ହୋଇଥିଲେ ୨ ଗୋଷ୍ଠୀ । ଏହାପରେ କୁଳପତିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ବାତିଲ କରାଯାଇଛି । ଏହି ନିଷ୍ପତ୍ତି ସମ୍ପର୍କରେ ନିର୍ବାଚନ ଅଧିକାରୀ, ଜିଲାପାଳ, ତଥା ଉଚ୍ଚଶିକ୍ଷା ବିଭାଗକୁ ଅବଗତ କରାଯାଇଛି।

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।