ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

Sep 25, 2026 - 21:49
ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ ରଖି ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ବର୍ଷା ସ୍ଥିତିକୁ ନଜରରେ ରଖି କଟକ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲ୍ଲାରେ ସମ୍ପୂର୍ଣ୍ଣ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସେହିପରି ଭଦ୍ରକ ଜିଲ୍ଲାପାଳ ଜିଲ୍ଲାର ବର୍ଷା ପ୍ରଭାବିତ ୭ଟି ବ୍ଲକ୍‌ରେ ଥିବା ମୋଟ ୩୯୯ଟି ସ୍କୁଲକୁ ଆସନ୍ତାକାଲି ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବର୍ଷା ଯୋଗୁ ଅନେକ ନିଚ୍ଛାଟିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଥିବାରୁ ଏହି ଛୁଟି ଘୋଷଣା କରାଯାଇଛି। ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ କ୍ରମାଗତ ନଜର ରଖାଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।