ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

Sep 20, 2026 - 18:43
ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ ଏବଂ ୨୨ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୩ ତାରିଖ ସକାଳ ସୁଦ୍ଧା ଗଭୀର ଅବପାତ ବଙ୍ଗୋପସାଗରର ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ଦିଗରେ ଉପକୂଳ ଛୁଇଁବା ପରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଆଗକୁ ବଢ଼ିବ। ତେବେ ଏହା ପ୍ରଭାବରେ ରାଜ୍ୟରେ ୫ଦିନ ଯାଏ ପ୍ରବଳ ବର୍ଷିବ।

ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରବିବାର ଏକ ସତର୍କ ସୂଚନା ଜାରି କରିଛି। ସୂଚନା ମୁତାବକ, ମତ୍ସ୍ୟଜୀବୀଙ୍କ ପାଇଁ ବିଭାଗ ପକ୍ଷରୁ ଏକ କଟକଣା ଜାରି କରାଯାଇଛି। ସମୁଦ୍ରରେ ଘଣ୍ଟାକୁ ୫୦ରୁ ୬୦ କି.ମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ୨୧ ତାରିଖ ସନ୍ଧ୍ୟା ସୁଦ୍ଧା ସମୁଦ୍ର ମଧ୍ୟରୁ ଫେରି ଆସିବାକୁ ସତର୍କ କରାଯାଛି। ୨୪ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।