ଶିଶୁଙ୍କ ହିତରେ କାମକୁ ମିଳିଲା ସମ୍ମାନ! ରାଜ୍ୟସ୍ତରରେ ଚମକିଲେ ଗଞ୍ଜାମ ଡିଏସ୍ଡବ୍ଲ୍ୟୁଓ
ଛତ୍ରପୁର,୩।୧୧(ଦିଲ୍ଲୀପି ସାମଲ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ ଭୁବନେଶ୍ୱରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଶିଶୁ ଅଧିକାରର ସୁରକ୍ଷା ଓ ଶିଶୁ କଲ୍ୟାଣ କ୍ଷେତ୍ରରେ କାର୍ଯ୍ୟ ପାଇଁ ଗଞ୍ଜାମର ଜିଲା ସମାଜ ମଙ୍ଗଳ ଅଧିକାରୀ ବିଜୟଲକ୍ଷ୍ମୀ ବେହେରାଙ୍କୁ ସମ୍ମାନିତ କରାଯାଇଛି।
ପ୍ରତିଷ୍ଠା ଦିବସ ଅବସରରେ ଶିଶୁମାନଙ୍କ ଅଧିକାରର ସୁରକ୍ଷା, ସେମାନଙ୍କ କଲ୍ୟାଣ ଓ ସାମଗ୍ରିକ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା। ବିଶେଷକରି ଅସହାୟ, ଅବହେଳିତ ଓ ଅସୁବିଧାରେ ଥିବା ଶିଶୁମାନଙ୍କୁ ସୁରକ୍ଷା ଓ ଆବଶ୍ୟକ ସହାୟତା ଯୋଗାଇଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
ଶିଶୁ ସୁରକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସରକାରୀ ବିଭାଗ, ସ୍ୱେଚ୍ଛାସେବୀ ସଂଗଠନ ଓ ଅନ୍ୟ ସମ୍ପୃକ୍ତ ସଂସ୍ଥାଗୁଡ଼ିକ ମଧ୍ୟରେ ସମନ୍ୱୟ ଓ ସହଯୋଗର ଆବଶ୍ୟକତା ଉପରେ ମଧ୍ୟ ଆଲୋକପାତ କରାଯାଇଥିଲା।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।