ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…
ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ ରହୁଥିଲେ । ହେଲେ ହଠାତ୍ ମଧ୍ୟରାତ୍ରିରେ ସ୍ତ୍ରୀ ସ୍ବାମୀଙ୍କ ମୃତଦେହ ଜବତ ହୋଇଛି । ଅପରପକ୍ଷେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।
ଭିମାଖୋଲ ଛକରେ ସଙ୍କୀର୍ତ୍ତନ ଗହୀର ଏବଂ ସୁଭଦ୍ରା ଗହୀର ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ସୁଭଦ୍ରାଙ୍କ ବେକରେ ରଶି ଲଗାଇଥିବା ଅବସ୍ଥାରେ ଥିବା ବେଳେ ସ୍ୱାମୀ ଖଟରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତଦେହ ଜବତ ହୋଇଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ସ୍ପଷ୍ଟ ହୋଇପାରି ନାହିଁ । ଖଡ଼ିଆଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।