ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

Oct 10, 2026 - 08:08
ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ ଦର୍ଶନ ପାଇଁ ସକାଳୁ ସମଲେଶ୍ଵରୀ ମନ୍ଦିରରେ ଭକ୍ତଙ୍କ ନାହିଁ ନ ଥିବା ଭିଡ଼ ପରିଲକ୍ଷିତ ହୋଇଛି । ଭକ। ଭକ୍ତମାନେ ଧୂପ, ଦୀପ ପୁଷ୍ପ ଧରି ମାଁ ସମଲେଶ୍ଵରୀଙ୍କ ଦର୍ଶନ ସହିତ ଦେବୀଙ୍କ କୃପାଲାଭ କରୁଛନ୍ତି । ମନ୍ଦିର କମିଟି ପକ୍ଷରୁ ଦେବୀଙ୍କୁ ଦର୍ଶନ ସକାଶେ ଭକ୍ତଙ୍କ ପାଇଁ ସୁବ୍ୟବସ୍ଥା କରାଯାଇଛି ।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।