ସମିତି ସଭ୍ୟଙ୍କ ପରଲୋକ, ଶୋକ ପ୍ରକାଶ କଲେ ଖଡ଼ିଆଳ ବିଧାୟକ
ଖଡ଼ିଆଳ,୩ା୧୧(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଭୁଲିଆସିକୁଆଁ ପଞ୍ଚାୟତର ସମିତି ସଭ୍ୟ ତଥା ବ୍ଲକ ବିଜେଡି ସମ୍ପାଦକ ଶିଶୁପାଳ ବାଗଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।
ତାଙ୍କର ଅକାଳ ବିୟୋଗରେ ବିଜୁ ଜନତା ଦଳ ଜଣେ ଦକ୍ଷ ସଂଗଠକଙ୍କୁ ହରାଇଲା ବୋଲି ମତ ପ୍ରକାଶ ପାଇଛି। ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀଙ୍କ ସମେତ ବହୁ ବୁଦ୍ଧିଜୀବୀ ଓ ନେତୃବୃନ୍ଦ ଶୋକ ପ୍ରକାଶ କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।