ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ
ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଖିରେଇଟାଙ୍ଗିରୀ ଓ ବାଉଁଶୁଳି ପଞ୍ଚାୟତର ବାସିନ୍ଦାମାନେ ନିଜ ନିଜର ବିଭିନ୍ନ ସମସ୍ୟା ଓ ଅଭିଯୋଗ ଜଣାଇଥିଲେ।
କାର୍ଯ୍ୟକ୍ରମରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା, ଆବାସ ଯୋଜନା, ରାସନ କାର୍ଡ, ସୁଭଦ୍ରା ଯୋଜନା, ଶ୍ରମିକ କାର୍ଡ, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଜମିଜମା ସମ୍ପର୍କିତ ବିଭିନ୍ନ ଅଭିଯୋଗର ଶୁଣାଣି କରାଯାଇଥିଲା। ସାଧାରଣ ଲୋକଙ୍କୁ ସରକାରୀ ଯୋଜନା ଓ ସେବା ସହଜରେ ଯୋଗାଇଦେବା ସହ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଉପରେ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଥିଲା।
ଏହି କାର୍ଯ୍ୟକ୍ରମରେ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଅଶ୍ୱିନୀ କୁମାର ନାଏକ, ଅତିରିକ୍ତ ତହସିଲଦାର ରବିଶଙ୍କର ହେମ୍ବ୍ରମ, ଶ୍ରମ ଅଧିକାରୀ ଅମରେଶ କର, ଯୋଗାଣ ଅଧିକାରୀ ଦେବରାଜ ଭୋଇ, ସୁରେନ୍ଦ୍ର ଖଣ୍ଡା ଓ ଜମାଲୁଦ୍ଦିନ ଖାନ୍ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଖିରେଇଟାଙ୍ଗିରୀ ସରପଞ୍ଚ ସଞ୍ଜୁଲତା ନାଏକ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।