ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ
ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ ଭୈରବପୁର ଗ୍ରାମର ଶିକ୍ଷୟତ୍ରୀ ଲୋପାମୁଦ୍ରା ମିଶ୍ର । ସୋମବାର ସକାଳେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି ।
ସୂଚନା ଅନୁସାରେ, ଶିକ୍ଷୟିତ୍ରୀଜଣକ ସ୍କୁଟିରେ ତାଙ୍କ ପୁଅ ସହ କିସ୍ମତ କୃଷ୍ଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷା ଦାନ ପାଇଁ ଯାଉଥିଲେ । ଏହି ସମୟରେ ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ଠାରେ ସ୍କୁଟି ଆଗକୁ ଏକ ଛେଳି ଚାଲି ଆସିଥିଲା । ଫଳରେ ସେ ଭାରସାମ୍ୟ ହରାଇ ତଳେ ପଡି ଯାଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ବାସୁଦେବପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଅନ୍ୟପଟେ ତାଙ୍କ ପୁଅ ସାମାନ୍ୟ ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।