ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

Sep 07, 2026 - 17:24
ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘୋଷରମାଳ ପଞ୍ଚାୟତ ଅନ୍ତର୍ଗତ ଲାଣ୍ଡିମାଲ ଗାଁରେ ଘଟିଥିବା ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

ସୂଚନା ଅନୁଯାୟୀ, ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବିବାଦ ହୋଇଥିଲା। ଏହା ପରେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରିଥିବା ଅଭିଯୋଗ ରହିଛି। ଗୁଳିମାଡ଼ରେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଘଟଣା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡର ପ୍ରକୃତ କାରଣ, ବ୍ୟବହୃତ ଅସ୍ତ୍ର ଏବଂ ଘନେଇ ପୋଲିସ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।